Latest Odisha News

BREAKING NEWS

ବଜ୍ରପାତ ସହ ବର୍ଷା ଆଶଙ୍କା; ଓଡିଶାର ୧୦ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୦ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ଆକଳନ କରାଯାଇଛି।

ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, ଢେଙ୍କାନାଳ, ଭଦ୍ରକ, ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି ଆଦି ଜିଲ୍ଲା ରହିଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଅପରପକ୍ଷରେ ଏହି ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୧ଟା ୩୦ମି.ରୁ ଅପରାହ୍ନ ୪ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.