Latest Odisha News

ରାଜ୍ୟର ୧୧ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଓଡିଶାର ୧୧ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା ନେଇ ଗୁରୁବାର ଦିନ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଜିଲ୍ଲା ଗୁଡ଼ିକ ମଧ୍ୟରେ ରହିଛି- ସୁନ୍ଦରଗଡ଼, ଯାଜପୁର, କୋରାପୁଟ, ମାଲକାନଗିରି, ସମ୍ବଲପୁର, ଜଗତସିଂହପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦ୍ରାପଡା, କଟକ ଓ ଖୋର୍ଦ୍ଧା (ଭୁବନେଶ୍ୱର) ଜିଲ୍ଲା।

ଏହି ସବୁ ଜିଲ୍ଲାରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବଜ୍ରପାତ ସହ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ନିରାପଦ ସ୍ଥାନରେ ରହିବାକୁ ଲୋକମାନଙ୍କୁ ପରାମର୍ଶ ଦିଆଯାଇଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Comments are closed.