Latest Odisha News

BREAKING NEWS

ରାଜ୍ୟର ୧୧ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଓଡିଶାର ୧୧ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା ନେଇ ଗୁରୁବାର ଦିନ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଜିଲ୍ଲା ଗୁଡ଼ିକ ମଧ୍ୟରେ ରହିଛି- ସୁନ୍ଦରଗଡ଼, ଯାଜପୁର, କୋରାପୁଟ, ମାଲକାନଗିରି, ସମ୍ବଲପୁର, ଜଗତସିଂହପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦ୍ରାପଡା, କଟକ ଓ ଖୋର୍ଦ୍ଧା (ଭୁବନେଶ୍ୱର) ଜିଲ୍ଲା।

ଏହି ସବୁ ଜିଲ୍ଲାରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବଜ୍ରପାତ ସହ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ନିରାପଦ ସ୍ଥାନରେ ରହିବାକୁ ଲୋକମାନଙ୍କୁ ପରାମର୍ଶ ଦିଆଯାଇଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Leave A Reply

Your email address will not be published.