ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୧ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି ।
ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୧ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।
ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, କନ୍ଧମାଳ, ବଲାଙ୍ଗିର, କେନ୍ଦୁଝର, କଳାହାଣ୍ଡି, ମୟୂରଭଞ୍ଜ, ନବରଙ୍ଗପୁର ଓ ସମ୍ବଲପୁର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।
Comments are closed.