Latest Odisha News

BREAKING NEWS

ବଜ୍ରପାତ ସହ ବର୍ଷା ଆଶଙ୍କା; ଓଡିଶାର ୧୨ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୨ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ଆକଳନ କରାଯାଇଛି ।

ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ କେନ୍ଦୁଝର, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ଅନୁଗୁଳ, ରାୟଗଡା, ଢେଙ୍କାନାଳ ଓ କଟକ ଜିଲ୍ଲା ରହିଛି।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଅପରପକ୍ଷରେ ଏହି ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୨ଟା ୪୫ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.