Latest Odisha News

ବର୍ଷା ସହ ବଜ୍ରପାତ ଆଶଙ୍କା; ୧୩ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ଆକଳନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ବରଗଡ଼, ବୌଦ୍ଧ, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡା, ବଲାଙ୍ଗୀର, କନ୍ଧମାଳ, ନୂଆପଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼ ଓ ବାଲେଶ୍ୱର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଅପରାହ୍ନ ୪ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

ଆହୁରି ମଧ୍ୟ ଏହିସବୁ ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦କିମି. ବେଗରେ ପବନ ବୋହିବାର ସମ୍ଭାବନା ରହିଛି ।

Leave A Reply

Your email address will not be published.