Latest Odisha News

BREAKING NEWS

ବଜ୍ରପାତ ସହ ବର୍ଷା ଆଶଙ୍କା; ଓଡିଶାର ୧୩ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ଆକଳନ କରାଯାଇଛି ।

ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଦେବଗଡ, ପୁରୀ, ଝାରସୁଗୁଡା, ବରଗଡ, ସୁନ୍ଦରଗଡ, ମୟୁରଭଞ୍ଜ, କେନ୍ଦୁଝର, ସମ୍ବଲପୁର ଓ ଖୋର୍ଦ୍ଧା ଜିଲ୍ଲା ରହିଛି।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଅଧିକ ପଢନ୍ତୁ- ୨୪ ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ: ବଢିବ ବର୍ଷାର ପରିମାଣ

ଅପରପକ୍ଷରେ ଏହି ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଅପରାହ୍ନ ୨ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.