Latest Odisha News

ବଜ୍ରପାତ ସହ ବର୍ଷା ଆଶଙ୍କା; ୧୩ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ଆକଳନ କରାଯାଇଛି।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଗଞ୍ଜାମ, ଗଜପତି, କୋରାପୁଟ, ନୂଆପଡା, ରାୟଗଡା, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ବାଲେଶ୍ୱର, ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଅପରାହ୍ନ ୪ଟା ୧୫ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

ଏହାବ୍ୟତିତ ବିଭିନ୍ନ ସ୍ଥାନରେ ବର୍ଷା ସହ ଘଣ୍ଟାପ୍ରତି ୩୦-୪୦କିମି. ବେଗରେ ପବନ ବହିବାର ଆଶଙ୍କା ରହିଛି ।

Comments are closed.