Latest Odisha News

ବଜ୍ରପାତ ସହ ବର୍ଷା ଆଶଙ୍କା; ଓଡିଶାର ୧୩ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ଆକଳନ କରାଯାଇଛି।

ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ବାଲେଶ୍ୱର, ନୟାଗଡ, ଢେଙ୍କାନାଳ, ଦେବଗଡ, ରାୟଗଡା, କୋରାପୁଟ, ଗଜପତି, ଗଞ୍ଜାମ, କନ୍ଧମାଳ, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଓ ଅନୁଗୁଳ ଜିଲ୍ଲା ରହିଛି।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

ଅପରପକ୍ଷରେ ଏହି ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୨ଟାରୁ ଅପରାହ୍ନ ୫ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି।

Leave A Reply

Your email address will not be published.