Latest Odisha News

BREAKING NEWS

ବଜ୍ରପାତ ସହ ବର୍ଷା ଆଶଙ୍କା; ଓଡିଶାର ୧୪ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ଆକଳନ କରାଯାଇଛି ।

ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ଜଗତସିଂହପୁର, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, କଟକ ଓ ପୁରୀ ଆଦି ଜିଲ୍ଲା ରହିଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଅପରପକ୍ଷରେ ଏହି ଜିଲ୍ଲା ଗୁଡିକରେ ବିଭାଗ ପକ୍ଷରୁ ଦିନ ୨ଟାରୁ ଅପରାହ୍ନ ୫ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି।

Leave A Reply

Your email address will not be published.