Latest Odisha News

BREAKING NEWS

୧୫ଟି ଜିଲ୍ଲାରେ ବର୍ଷା ସହ ହୋଇପାରେ ଝଡତୋଫାନ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ଆକଳନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ନୂଆପଡା, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ରାୟଗଡା, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ବାଲେଶ୍ୱର, ଢେଙ୍କାନାଳ, ସମ୍ବଲପୁର, ବରଗଡ, ସୋନପୁର ଓ ବଲାଙ୍ଗିର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୧୨ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

ଆହୁରି ମଧ୍ୟ ଏହିସବୁ ଜିଲ୍ଲାରେ ଘଣ୍ଟାପ୍ରତି ୪୦ରୁ ୫୦କିମି. ବେଗରେ ପବନ ବୋହିବାର ସମ୍ଭାବନା ରହିଛି ।

Leave A Reply

Your email address will not be published.