Latest Odisha News

BREAKING NEWS

ଓଡ଼ିଶାର ୧୫ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ରବିବାର ଅପରାହ୍ନ ୫ଟା ୩୦ ସମୟରେ ରାଜ୍ୟର ପ୍ରାୟ ୧୫ଟି ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଥିବାର ସୂଚନା ପ୍ରଦାନ କରାଯାଇଛି ।

ଯେଉଁ ସବୁ ଜିଲ୍ଲାଗୁଡ଼ିକରେ ବଜ୍ରପାତ ସହିତ ବୃଷ୍ଟିପାତ ହେବାର ସମ୍ଭାବନା ରହିଛି ସେହି ଜିଲ୍ଲାଗୁଡ଼ିକ ହେଲା – ସୁନ୍ଦରଗଡ଼, ସମ୍ବଲପୁର, ନୂଆପଡ଼ା, ଦେବଗଡ଼, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ଵର, କେନ୍ଦୁଝର, ଅନୁଗୁଳ, କଟକ, ଖୋର୍ଦ୍ଧା, ପୁରୀ, ମୟୂରଭଞ୍ଜ ଜିଲ୍ଲା।

ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ଏହିସବୁ ଜିଲ୍ଲା ଗୁଡ଼ିକର କେତେକ ସ୍ଥାନରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।

Leave A Reply

Your email address will not be published.