Latest Odisha News

BREAKING NEWS

ରାଜ୍ୟର ୧୫ ଜିଲ୍ଲାରେ ଝଡବର୍ଷା ଆଶଙ୍କା: ପାଣିପାଗ ବିଭାଗ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ରାୟଗଡା, ଗଞ୍ଜାମ, ଗଜପତି, କୋରାପୁଟ, କଳାହାଣ୍ଡି, ନୂଆପଡା, ଖୋର୍ଦ୍ଧା (ଭୁବନେଶ୍ୱର), କଟକ (କଟକ ସହର), ନୟାଗଡ, କନ୍ଧମାଳ, ସମ୍ବଲପୁର, ଅନୁଗୁଳ, ବୌଦ୍ଧ, ବରଗଡ, ଦେବଗଡ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୧୨ଟା ୩୦ମି.ରୁ ୩ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Comments are closed.