Latest Odisha News

BREAKING NEWS

ଏହିସବୁ ଜିଲ୍ଲାରେ ହୋଇପାରେ ବର୍ଷା ସହ ବଜ୍ରପାତ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୯ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ, ଗଞ୍ଜାମ, ଢେଙ୍କାନଳ, ଯାଜପୁର, ଗଜପତି,ରାୟଗଡା, ମାଲକାନଗିରି, କୋରାପୁଟ, ଅନୁଗୁଳ, କନ୍ଧମାଳ, ବଲାଙ୍ଗିର, କଳାହାଣ୍ଡି, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର ଓ ମୟୁରଭଞ୍ଜ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।


ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୧ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.