Latest Odisha News

BREAKING NEWS

ରାଜ୍ୟର ୨୧ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଓଡିଶାର ୨୧ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା ନେଇ ରବିବାର ଦିନ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ତନ୍ମଧ୍ୟରେ କଟକ, ନବରଙ୍ଗପୁର, ଢେଙ୍କାନାଳ, ଅନୁଗୁଳ, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା, ପୁରୀ, ନୟାଗଡ଼, ଖୋର୍ଦ୍ଧା (ଭୁବନେଶ୍ୱର), ନୂଆପଡା, ବଲାଙ୍ଗୀର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଗଞ୍ଜାମ, ଗଜପତି ଓ କୋରାପୁଟ ଆଦି ଜିଲ୍ଲା ଗୁଡ଼ିକ ରହିଛି।

ଏହି ସବୁ ଜିଲ୍ଲାରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବଜ୍ରପାତ ସହ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ନିରାପଦ ସ୍ଥାନରେ ରହିବାକୁ ଲୋକମାନଙ୍କୁ ପରାମର୍ଶ ଦିଆଯାଇଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Leave A Reply

Your email address will not be published.