Latest Odisha News

BREAKING NEWS

ବଜ୍ରପାତ ସହ ବର୍ଷା ଆଶଙ୍କା; ୨୨ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୨୨ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ଆକଳନ କରାଯାଇଛି।

BjdElectrycity

ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ଭଦ୍ରକ, କେନ୍ଦ୍ରାପଡା, ନୟାଗଡ, ଜଗତସିଂହପୁର, ଯାଜପୁର, କଟକ (କଟକ ସିଟି), ପୁରୀ, ଗଞ୍ଜାମ, ଖୋର୍ଦ୍ଧା (ଭୁବନେଶ୍ୱର), ମାଲକାନଗିରି, ଗଜପତି, ରାୟଗଡା, କୋରାପୁଟ, ନୂଆପଡା, ବଲାଙ୍ଗୀର, ବରଗଡ, ଝାରସୁଗୁଡା, ଦେବଗଡ, ସମ୍ବଲପୁର, ସୁନ୍ଦରଗଡ, ସୋନପୁର ଓ କନ୍ଧମାଳ ରହିଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୧ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.