Latest Odisha News

BREAKING NEWS

ବଜ୍ରପାତ ସହ ବର୍ଷା ଆଶଙ୍କା: ୩ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ଅନୁଗୁଳ, ଢେଙ୍କାନାଳ ଓ ନୟାଗଡ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଅପରପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟରେ ବନ୍ୟା ସ୍ଥିତି ନେଇ ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ । ଏହି ବୈଠକରେ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ସହ ୧୦ ଜିଲ୍ଲାର ଜିଲ୍ଲାପାଳ ମଧ୍ୟ ସାମିଲ ରହିଥିଲେ ।

ଉକ୍ତ ବୈଠକରେ ମାଲକାନଗିରି, ଯାଜପୁର, ଢେଙ୍କାନାଳ, ଭଦ୍ରକ, କେନ୍ଦ୍ରାପଡା, ବରଗଡ, ସୋନପୁର, ଦେବଗଡ, ବଲାଙ୍ଗିର ଓ ବୌଦ୍ଧ ଆଦି ଜିଲ୍ଲାର ଜିଲ୍ଳାପାଳ ରହିଥିଲେ । ବର୍ଷା ଓ ବନ୍ୟା କ୍ଷୟକ୍ଷତି ରିପୋର୍ଟ ସମ୍ପର୍କରେ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କୁ ଜଣାଇବା ପାଇଁ ଏହିସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

Leave A Reply

Your email address will not be published.