Latest Odisha News

BREAKING NEWS

ଭୁବନେଶ୍ବର ସମେତ ୫ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଓଡିଶାର ପାଞ୍ଚଟି ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଶୁକ୍ରବାର ଦିନ ପୂର୍ବାନୁମାନ କରିଛି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଖୋର୍ଦ୍ଧା (ଭୁବନେଶ୍ୱର), ରାୟଗଡ଼ା, କନ୍ଧମାଳ, କେନ୍ଦୁଝର ଏବଂ ନୟାଗଡ଼ରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି।

ତେବେ ସମ୍ଭାବ୍ୟ ସ୍ଥିତିକୁ ଦୃଷ୍ଟିରେ ରଖି ଲୋକଙ୍କୁ ନିରାପଦ ସ୍ଥାନରେ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର।

Comments are closed.