Latest Odisha News

ବଜ୍ରପାତ ସହ ବର୍ଷା ଆଶଙ୍କା; ୬ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ଦେବଗଡ ଓ ଝାରସୁଗୁଡା ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହି ସମୟରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଆହୁରି ମଧ୍ୟ ବିଭାଗ ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡିକୁ ଦିନ ୧ଟାରୁ ଅପରାହ୍ନ ୪ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.