Latest Odisha News

ବଜ୍ରପାତ ସହ ବର୍ଷା ଆଶଙ୍କା; ଓଡିଶାର ୬ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ଆକଳନ କରାଯାଇଛି ।

ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କନ୍ଧମାଳ ଓ କଳାହାଣ୍ଡି ଆଦି ଜିଲ୍ଲା ରହିଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଅପରପକ୍ଷରେ ଏହି ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଅପରାହ୍ନ ୪ଟା ୧୫ମି.ରୁ ରାତି ୭ଟା ୧୫ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

ଅଧିକ ପଢନ୍ତୁ- ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ; ଆଗାମୀ ୨ ଦିନ ପ୍ରବଳ ବର୍ଷା ସମ୍ଭାବନା

Leave A Reply

Your email address will not be published.