Latest Odisha News

ବଜ୍ରପାତ ସହ ବର୍ଷା ଆଶଙ୍କା; ୬ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ଆକଳନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, କେନ୍ଦୁଝର, ଯାଜପୁର, ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଅଧିକ ପଢନ୍ତୁ- ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା; ପାଣିପାଗ ବିଭାଗର ସତର୍କ ସୂଚନା

ଏହିସବୁ ଜିଲ୍ଲା ଗୁଡିକରେ ବିଭାଗ ପକ୍ଷରୁ ଦିନ ୧ଟା ୩୦ମି.ରୁ ଅପରାହ୍ନ ୪ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି।

Leave A Reply

Your email address will not be published.