Latest Odisha News

BREAKING NEWS

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୭ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୭ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ପୁରୀ, ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡା, ଖୋର୍ଦ୍ଧା ଓ ନୟାଗଡ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୨ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.