ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ନବରଙ୍ଗପୁର, କଳାହାଣ୍ଡି,ଓ ମୟୂରଭଞ୍ଜ, ବାଲେଶ୍ଵର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା ,କେନ୍ଦୁଝର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଅପରାହ୍ନ ୪ଟା ୧୫ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି । ଏପରିକି ପବନର ବେଗ ଘଣ୍ଟା ପ୍ରତି ୩୦-୪୦ କିମି. ବହିବ ବୋଲି ସୂଚନା ମିଳିଛି।