Latest Odisha News

ଏହିସବୁ ଜିଲ୍ଲାରେ ହୋଇପାରେ ବର୍ଷା ସହ ବଜ୍ରପାତ

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୯ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ଦିନ ପୂର୍ବାନୁମାନ କରାଯାଇଛି ।

ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଦିନ ୧୨ଟା ୩୦ମି. ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ନୟାଗଡ, ବାଲେଶ୍ୱର, ସୁନ୍ଦରଗଡ, ଝାରସୁଗୁଡା ଓ ଜଗତସିଂହପୁର ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

Comments are closed.