Latest Odisha News

ଓଡ଼ିଶାର ଏହିସବୁ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଆଶଙ୍କା


ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ଗଜପତି ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଅପରାହ୍ନ ୪ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

ଏହାବ୍ୟତିତ ବିଭିନ୍ନ ସ୍ଥାନରେ ବର୍ଷା ସହ ଘଣ୍ଟାପ୍ରତି ୩୦-୪୦କିମି. ବେଗରେ ପବନ ବହିବାର ଆଶଙ୍କା ରହିଛି ।

Leave A Reply

Your email address will not be published.