Latest Odisha News

BREAKING NEWS

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର ପ୍ରାୟ କଟକ ଓ ଭୁବନେଶ୍ୱର ସମେତ କିଛି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା (ଭୁବନେଶ୍ୱର), ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର, ମୟୁରଭଞ୍ଜ, କେନ୍ଦୁଝର, ସମ୍ବଲପୁର, ଦେବଗଡ, ବୌଦ୍ଧ, କନ୍ଧମାଳ, ବଲାଙ୍ଗିର, ସୋନପୁର, ବରଗଡ, ମାଲକାନଗିରି, ଗଞ୍ଜାମ ଓ ନୟାଗଡ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଅପରାହ୍ନ ୪ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.