ଭୁବନେଶ୍ୱର: ରାଜ୍ୟର ପ୍ରାୟ ୧୧ଟି ସ୍ଥାନରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଦିନ ଆକଳନ କରାଯାଇଛି ।
ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ ଖୋର୍ଦ୍ଧା (ଭୁବନେଶ୍ବର), ଜଗତସିଂହପୁର, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ ଆଦି ସ୍ଥାନରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି ।
ଏହିସବୁ ଜିଲ୍ଲାଗୁଡିକରେ ଦିନ ୧ଟା ୧୫ମି. ପର୍ଯ୍ୟନ୍ତ ସତର୍କ ରହିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।