Latest Odisha News

BREAKING NEWS

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୩ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୩ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ସୁନ୍ଦରଗଡ, କେନ୍ଦୁଝର ଓ ଝାରସୁଗୁଡ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ରାତି ୧୦ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.