Latest Odisha News

BREAKING NEWS

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୪ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୪ଟି ଘଡଘଡି ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି ।

ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ରାଜ୍ୟର ପ୍ରାୟ ୧୪ ଜିଲ୍ଲାରେ ଦ୍ୱିପ୍ରହର ୨ଟା ୩୦ମି. ପର୍ଯ୍ୟନ୍ତ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବିଜୁଳି ଓ ଘଡଘଡି ମାରିବାର ସମ୍ଭାବନା ରହିଛି ।

ପାଣିପାଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ବାଲେଶ୍ୱର, କେନ୍ଦୁଝର, କନ୍ଧମାଳ, ମୟୁରଭଞ୍ଜ,ଯାଜପୁର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା, ଖୋର୍ଦ୍ଧା, କଟକ, ପୁରୀ, ନୟାଗଡ, ଅନୁଗୁଳ, ଢେଙ୍କାନାଳ ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.