Latest Odisha News

ଘଡଘଡି ସହ ବର୍ଷା ଆଶଙ୍କା: ୧୨ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୨ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ମୟୁରଭଞ୍ଜ, କେନ୍ଦୁଝର, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଖୋର୍ଦ୍ଧା, ଭୁବନେଶ୍ୱର, ପୁରୀ, କଟକ, ଭଦ୍ରକ, ବାଲେଶ୍ୱର ଓ ଢେଙ୍କାନାଳ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୧ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.