Latest Odisha News

BREAKING NEWS

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର କଟକ ସମେତ ବିଭିନ୍ନ ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ସୋନପୁର, ଗଞ୍ଜାମ, ମୟୁରଭଞ୍ଜ, ଝାରସୁଗୁଡା, ସୁନ୍ଦରଗଡ, ଅନୁଗୁଳ,  ଢେଙ୍କାନାଳ, ବରଗଡ, ସମ୍ବଲପୁର, ଦେବଗଡ, ନୟାଗଡ, ଖୋଦ୍ଧା, କଟକ ଓ କେନ୍ଦୁଝର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ରାତି ୮ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି।

Leave A Reply

Your email address will not be published.