Latest Odisha News

BREAKING NEWS

ଦିନ ୩ଟା ଯାଏଁ ଓଡିଶାର ଏସବୁ ଜିଲ୍ଲାରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୨ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି।

ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଦିନ ୧୨ଟା ୧୫ମି.ରୁ ୩ଟା ୧୫ମି. ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ୨ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡଘଡି ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ବାଲେଶ୍ୱର ଓ ମୟୂରଭଞ୍ଜ ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ଅଧିକ ପଢନ୍ତୁ- ଆଜିଠୁ ତିନି ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

Leave A Reply

Your email address will not be published.