Latest Odisha News

BREAKING NEWS

ଘଡଘଡି ସହ ବର୍ଷା ଆଶଙ୍କା: ୧୮ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୮ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ଭଦ୍ରକ, ଯାଜପୁର, ଗଞ୍ଜାମ, ଗଜପତି, ପୁରୀ, କେନ୍ଦ୍ରାପଡା, ଖୋର୍ଦ୍ଧା, ଜଗତସିଂହପୁର, କଟକ, ମୟୁରଭଞ୍ଜ, ନୟାଗଡ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ସୋନପୁର ଓ କେନ୍ଦୁଝର, ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ରାତି ୭ଟା ୪୫ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Comments are closed.