Latest Odisha News

BREAKING NEWS

ଓଡିଶାର କେଉଁସବୁ ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି, ଜାଣନ୍ତୁ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କୋରାପୁଟ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ବିଭାଗ ପକ୍ଷରୁ ସକାଳ ୯ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି । ଏହି ସମୟରେ ଘଡଘଡି ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ଅପରପକ୍ଷରେ ସମୁଦ୍ର ପତ୍ତନଠାରୁ ୧.୫ କମି. ଉଚ୍ଚତାରେ ରହିଥିବା ଏକ ମୌସୁମୀ ଟ୍ରଫ୍ ଝାଡଖଣ୍ଡରୁ ଉତ୍ତ-ପୂର୍ବ ବଙ୍ଗୋପସାଗର ଆଡକୁ ମୁହାଁଇଛି । ଏହାସହ ଏକ ଟ୍ରଫଲାଇନ୍ ଗୁଜୁରାଟରୁ ପଶ୍ଚିମବଙ୍ଗ ଆଡକୁ ଗତି କରିଛି ।

ଯାହାର ପ୍ରଭାବରେ କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ସୁନ୍ଦରଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା ଓ ଜଗତସିଂହପୁର ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଫଳରେ ଆସନ୍ତା ୯, ୧୦ ଓ ୧୧ ତାରିଖ ବେଳକୁ ସାରା ଓଡିଶାରେ ପ୍ରବଳ ବର୍ଷା ଆଶଙ୍କା ରହିଥିବା ନେଇ ଆକଳନ କରିଛନ୍ତି ପାଣିପାଗ ବିଭାଗ ।

Leave A Reply

Your email address will not be published.