Latest Odisha News

BREAKING NEWS

ଘଡଘଡି ସହ ବର୍ଷା ଆଶଙ୍କା: ୧୩ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି ।

 

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ବରଗଡ, ନୟାଗଡ, କେନ୍ଦୁଝର, ଅନୁଗୁଳ, ବାଲେଶ୍ୱର, ମୟୁରଭଞ୍ଜ, ଖୋର୍ଦ୍ଧା, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଅପରାହ୍ନ ୪ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.