ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୭ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି ।
ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ମୟୁରଭଞ୍ଜ, ଜଗତସିଂହପୁର, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।
ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ରାତି ୭ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।