Latest Odisha News

BREAKING NEWS

ଓଡିଶାର ୫ ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୫ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ଆକଳନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କେନ୍ଦୁଝରଗଡ, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଓ ସମ୍ବଲପୁର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୧ଟା ୩୦ମି.ରୁ ଅପରାହ୍ନ ୪ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.