Latest Odisha News

BREAKING NEWS

ଓଡିଶାର କେଉଁସବୁ ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି, ଜାଣନ୍ତୁ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୭ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ପୂର୍ବାନୁମାନ କରାଯାଇଛି।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, କେନ୍ଦୁଝର, ମୟୁରଭଞ୍ଜ, କେନ୍ଦ୍ରାପଡା, ଜଗତସିଂହପୁର, ଝାରସୁଗୁଡା, ଓ ସୁନ୍ଦରଗଡ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି।

ବିଭାଗ ପକ୍ଷରୁ ଉକ୍ତ ଜିଲ୍ଲାଗୁଡିକରେ ଦିନ ୧ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି।ଏହି ସମୟରେ ଘଡଘଡି ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

Comments are closed.