Latest Odisha News

BREAKING NEWS

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୩ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଦିନ ୨ଟା ୩୦ମି.ରୁ ଅପରାହ୍ନ ୫ଟା ୩୦ମି. ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ରାୟଗଡ, ଯାଜପୁର ଓ କୋରାପୁଟ ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏହି ସମୟ ମଧ୍ୟରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି ।

Leave A Reply

Your email address will not be published.