Latest Odisha News

BREAKING NEWS

ଓଡିଶାର କେଉଁସବୁ ଜିଲ୍ଲାରେ ରହିଛି ବର୍ଷା ଆଶଙ୍କା, ଜାଣନ୍ତୁ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୬ ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ ଓ କନ୍ଧମାଳ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

ବିଭାଗ ପକ୍ଷରୁ ଉକ୍ତ ଜିଲ୍ଲାଗୁଡିକରେ ଦିନ ୧ଟାରୁ ଅପରାହ୍ନ ୪ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି । ଏହି ସମୟରେ ଘଡଘଡି ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

Leave A Reply

Your email address will not be published.