ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୩ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି ।
ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଗଞ୍ଜାମ, ଗଜପତି ଓ ସୁନ୍ଦରଗଡ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।
ବିଭାଗ ପକ୍ଷରୁ ଉକ୍ତ ଜିଲ୍ଲାଗୁଡିକରେ ଦିନ ୨ଟା ୩୦ମି.ରୁ ଅପରାହ୍ନ ୪ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି । ଏହି ସମୟରେ ଘଡଘଡି ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।