Latest Odisha News

BREAKING NEWS

ଓଡିଶାର କେଉଁସବୁ ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି, ଜାଣନ୍ତୁ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୨ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

ବିଭାଗ ପକ୍ଷରୁ ଉକ୍ତ ଜିଲ୍ଲାଗୁଡିକରେ ଦିନ ୧ଟା ୪୫ମି.ରୁ ଅପରାହ୍ନ ୪ଟା ୪୫ମି.ଯାଏଁ ସତର୍କ ସୂଚନା ଜାରି କରାଯାଇଛି । ଏହି ସମୟରେ ଘଡଘଡି ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ଅଧିକ ପଢନ୍ତୁ- ୧୩ ତାରିଖରେ ଆଉ ଏକ ଲଘୁଚାଷ, ଏସବୁ ଜିଲ୍ଲାରେ ବର୍ଷିବ

Leave A Reply

Your email address will not be published.