Latest Odisha News

BREAKING NEWS

ଆଜି ରାତିରେ ବଜ୍ରପାତ ସହିତ ବର୍ଷା ଆଶଙ୍କା; ଏହିସବୁ ଜିଲ୍ଲାକୁ ରହିଛି ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟର ଅଧିକାଂଶ ଜିଲ୍ଲାରେ ବୃଷ୍ଟିପାତ ହେବାର ସମ୍ଭାବନା ରହିଥିବା ବେଳେ ଏଥିସହିତ ରବିବାର ରାତିରେ ବଜ୍ରପାତ ହେବା ନେଇ ସତର୍କ ସୂଚନା ପ୍ରଦାନ କରିଛି ପାଣିପାଗ ବିଭାଗ।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ପ୍ରଦାନ କରି କହିଛନ୍ତି ଯେ, ରାଜ୍ୟର ମାଲକାନଗିରି, କୋରାପୁଟ, କଟକ, ନୟାଗଡ଼,ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, କେନ୍ଦ୍ରାପଡ଼ା, ଯାଜପୁର, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ସୁନ୍ଦରଗଡ଼, ରାୟଗଡ଼ା, ଗଜପତି, ସମ୍ବଲପୁର, ଝାରସୁଗୁଡ଼ା, ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ବର୍ଷା ସହିତ ବଜ୍ରପାତ ହେବାର ଆଶଙ୍କା ରହିଛି।

ଏହିସବୁ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ରାତି ୮ଟା ୪୫ମି. ସୁଦ୍ଧା ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବାର ସୂଚନା ଦେଇଛି ପାଣିପାଗ କେନ୍ଦ୍ର।

Comments are closed.