Latest Odisha News

BREAKING NEWS

ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ୭ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୭ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ବରଗଡ, ଦେଓଗଡ଼, ସମ୍ବଲପୁର ଓ ଝାରସୁଗୁଡା ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ବିଭାଗ ପକ୍ଷରୁ ଉକ୍ତ ଜିଲ୍ଲାଗୁଡିକରେ ଦିନ ୩ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି । ଏହି ସମୟରେ ଘଡଘଡି ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି ।

Leave A Reply

Your email address will not be published.