Latest Odisha News

BREAKING NEWS

ବଜ୍ରପାତ ସହ ବର୍ଷା ଆଶଙ୍କା; ୨୫ ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୨୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ଆକଳନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼, ମାଲକାନଗିରି, କୋରାପୁଟ, ଦେବଗଡ, ଖୋର୍ଦ୍ଧା, କଟକ, ନୟାଗଡ଼, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ବରଗଡ଼,ବାଲେଶ୍ଵର, ରାୟଗଡା, ଗଜପତି, ଯାଜପୁର, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ ଜ଼ ସୋନପୁର, ନବରଙ୍ଗପୁର ଓ କନ୍ଧମାଳ ଆଦି ଲ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲା ଗୁଡିକକୁ ବିଭାଗ ପକ୍ଷରୁ ସନ୍ଧ୍ୟା ୬.୩୦ ଯାଏଁ ସତର୍କ ସୂଚନା ଜାରି କରାଯାଇଛି।

Leave A Reply

Your email address will not be published.