Latest Odisha News

BREAKING NEWS

ଓଡିଶାର କେଉଁସବୁ ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି, ଜାଣନ୍ତୁ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଅନୁଗୁଳ, ଢେଙ୍କାନାଳ, ଦେବଗଡ, ସମ୍ବଲପୁର, ଝାରସୁଗୁଡା, ଗଜପତି, ଗଞ୍ଜାମ ଓ ସୁନ୍ଦରଗଡ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

ବିଭାଗ ପକ୍ଷରୁ ଉକ୍ତ ଜିଲ୍ଲାଗୁଡିକରେ ଦିନ ୨ଟାରୁ ଅପରାହ୍ନ ୫ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି । ଏହି ସମୟରେ ବିଜୁଳି, ଘଡଘଡି ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଥିବା ନେଇ ସୂଚନା ମିଳିଛି ।

Leave A Reply

Your email address will not be published.