Latest Odisha News

BREAKING NEWS

ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ୨୧ ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୭ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗିରହିବା ନେଇ ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ସୂଚନା ଅନୁଯାୟୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରୁ ଉତ୍ତର-ପୂର୍ବ ଦିଗକୁ ମନସୁନ ଟ୍ରାପ ଜାରି ରହିଛି । ଫଳରେ ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷାର ଆଶଙ୍କା କରାଯାଉଛି ।

ତେବେ ଏଥିପାଇଁ ରାଜ୍ୟରେ ପ୍ରବଳ ବର୍ଷା ସହିତ ଝଡ ତୋଫାନ ଓ ବଜ୍ରପାତ ଆଶଙ୍କା ଥିବାରୁ ଏନେଇ ରାଜ୍ୟର ପାଖାପାଖି ୨୧ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ଜିଲ୍ଲା ଗୁଡିକ ମଧ୍ୟରେ ବାଲେଶ୍ୱର, ଗଞ୍ଜାମ, ଭଦ୍ରକ, କେନ୍ଦ୍ରାପଡା, ମୟୁରଭଞ୍ଜ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, କଟକ, ଦେବଗଡ, ଅନୁଗୁଳ, ଜଗତସିଂହପୁର , କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ସୁନ୍ଦରଗଡ ଓ ଝାରସୁଗୁଡା ଜିଲ୍ଲା ରହିଛି ।

Leave A Reply

Your email address will not be published.