ଦିନ ୧ଟା ସୁଦ୍ଧା ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୦ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ଝାରସୁଗୁଡା, ଦେବଗଡ, ସମ୍ବଲପୁର, ବରଗଡ, ସୋନପୁର, ବୌଦ୍ଧ ଓ ଭଦ୍ରକ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୧ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here