Latest Odisha News

୫ଟି ଜିଲ୍ଲାରେ ବର୍ଷା ସହ ହେବ ଝଡତୋଫାନ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଖୋର୍ଦ୍ଧା (ଭୁବନେଶ୍ୱର), କଟକ, ଯାଜପୁର, ପୁରୀ ଓ ଜଗତସିଂହପୁର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୨ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

ଅପରପକ୍ଷରେ ଆଜି ଭୁବନେଶ୍ୱରର କିଛି କିଛି ସ୍ଥାନରେ ଝିପିଝିପି ବର୍ଷା ହୋଇଥିବା ନେଇ ସୂଚନା ମିଳିଛି ।

Leave A Reply

Your email address will not be published.