Latest Odisha News

BREAKING NEWS

ବର୍ଷା ଆସୁଛି, ୯ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର : ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୋମବାର ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ହେବାର ରହିଛିି ବୋଲି ସତର୍କ ସୂଚନା ଦିଆଯାଇଛି ।

ଯେଉଁସବୁ ଜିଲ୍ଲାରେ ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ସେହି ଜିଲ୍ଲା ଗୁଡ଼ିକ ହେଲା ସମ୍ବଲପୁର, ଝାରସୁଗୁଡ଼ା, ବୌଦ, ବରଗଡ଼, ସୋନପୁର, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ।

ତେବେ ରାଜ୍ୟର ପୁରୀ, କଟକ, ଖୋର୍ଦ୍ଧା, ବାଲେଶ୍ୱର,ଗଜପତି, ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାରେ ମଧ୍ୟ ବର୍ଷା ହେବାର ସତର୍କ ସୂଚନା ଜାରି କରିଛନ୍ତି ଭୁବନେଶ୍ୱରସ୍ଥ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଏହି ସବୁ ସ୍ଥାନମାନଙ୍କରେ ଲୋକେ ନିରାପଦ ସ୍ଥାନମାନଙ୍କରେ ଆଶ୍ରୟ ନେବାକୁ ପରାମର୍ଶ ଦେଇଛନ୍ତି ପାଣିପାଗ ବିଭାଗ ।

Leave A Reply

Your email address will not be published.